Рет қаралды 4,239
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା ।ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।ବ୍ୟାସଦେବ ରଚିତ ସଂସ୍କୃତ ଭାଗବତ ଓଡ଼ିଆ ଭାଷାଭାଷୀଙ୍କ ନିକଟରେ ଆଦୃତ ହୋଇପାରିନଥିଲା । ଜଗନ୍ନାଥ ଦାସଙ୍କ ପିତା ଭଗବାନ ଦାସ ବଡ଼ଦେଉଳରେ ପୁରାଣପଣ୍ଡା ଥିଲେ । ତାଙ୍କ ପରେ ଜଗନ୍ନାଥ ଦାସ ପୁରାଣପଣ୍ଡା ହେଲେ । ସେ ସଂସ୍କୃତ ଭାଗବତକୁ ସରଳଭାଷାରେ ବୁଝାଇ ଦେଉଥିଲେ । ପିତାଙ୍କ ଦେହାନ୍ତ ପରେ ଜଗନ୍ନାଥଙ୍କ ବୋଉ ଓଡ଼ିଆ ଭାଷାରେ ପଦ୍ୟରୂପରେ ଶୁଣିବା ପାଇଁ ପୁଅକୁ କହିଲେ । ତେଣୁ ସେ ଅଧ୍ୟାୟେ ଅଧ୍ୟାୟେ ପଦ୍ୟାନୁବାଦ ଶୁଣାଇବାକୁ ଲାଗିଲେ । ସେହି ପଦ୍ୟାନୁବାଦ ଭାଗବତ ଗ୍ରନ୍ଥର ରୂପ ନେଲା ଓ ଲୋକାଦୃତ ହେଲା । ପରେ ଜଗନ୍ନାଥ ମନ୍ଦିର ବେଢ଼ାରେ ନିତି ଭାଗବତ ପାଠ ହୁଏ ଓ ଭକ୍ତଗଣ ଶୁଣିବାକୁ ଆସନ୍ତି । ଏଥିରେ ମୂଳ ସଂସ୍କୃତ ଭାଗବତର ମଙ୍ଗଳାଚରଣ ସ୍ଥାନ ପାଇବା ଦେଖିବାକୁ ମିଳେ ।
Your children are the identity of your life, so surround that gem with good education. @sebakgopaldas
@Yuba_Sanskar
🛑 Facebook : 👉👨💻 / gopaldassss
🛑 Instagram : 👉👨💻 / gopaldassss
🛑 Twitter : 👉👨💻 / gopaldasyoga
🛑 KZbin :👉👨💻 / @gopaldasodisha
#yubasanskar #ଯୁବ_ସଂସ୍କାର #bhaktibhabarebhagabata ଯୁବ ସଂସ୍କାର ସବୁବେଳେ ଯୁବପିଢି ମାନଙ୍କ ପାଇଁ କାର୍ଯ୍ୟ କରୁଛି କାରଣ ଯୁବପିଢି ହେଉଛନ୍ତି ଦେଶର ମେରୁଦଣ୍ଡ । ଆପଣଙ୍କ ଭଲପାଇବା ଓ ଆଶୀର୍ବାଦ ରେ କାର୍ଯ୍ୟକ୍ରମ ଚାଲିଛି ଓ ଚାଲିବ । ଆପଣଙ୍କ ପୁତ୍ର ସେବକ ଗୋପାଳ ଦାସ ।
ଅର୍ଗସ୍ ନ୍ୟୁଜ ରେ ୯୦୦ ଦିନ ଭାବରେ ଭାଗବତ କାର୍ଯ୍ୟକ୍ରମ ସେବକ ଗୋପାଳ ଦାସ ଙ୍କ ଦ୍ବାରା 👇
www.youtube.co...
#bhaktibhabarebhagabata
#prabachana #bhaktibhabarebhagabata #ଯୁବ_ସଂସ୍କାର #motivation #jagannath